ଆଜିଠୁ ପ୍ରବଳ ବର୍ଷା ; ଏହି ଜିଲ୍ଲାଗୁଡିକୁ ୟେଲୋ ଓ୍ୱାର୍ଣ୍ଣିଂ

0

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ।

ଯାହା ଫଳରେ ଆଜିଠୁ ରାଜ୍ୟରେ ବର୍ଷା ଜାରି ରହିବ । ଲଘୁଚାପ ପ୍ରଭାବରେ ଲଗାତର ଦୁଇଦିନ ଧରି ଓଡ଼ିଶାରେ ବାର୍ଷା ହେବ । ଏଥିପାଇଁ ଆଜି ରାଜ୍ୟର ୧୧ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

SOA post below
Leave a comment