ରାଜ୍ୟରେ କରୋନା ନେଲା ଆଉ ୧୦ଜଣଙ୍କ ଜୀବନ, ୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନାରେ ଗଲା ଆଉ ୧୦ ଜଣକ ଜୀବନ। ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୯୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୦ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୫ ୮୧୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.