ଆଜି ୧୨ଜଣଙ୍କ ମୁଣ୍ଡ ନେଲା କରୋନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ରାଜ୍ୟରେ ସର୍ବାଧିକ ୧୨ ଜଣଙ୍କର କରୋନା ଜନୀତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୧୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ମୟୁରଭଞ୍ଜ, କେନ୍ଦ୍ରାପଡା, ସମ୍ବଲପୁର, ଭଦ୍ରକ, ଢେଙ୍କାନାଳ, ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୬୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.