ଆଜି ସର୍ବାଧିକ ୧୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୧୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୮୪୭ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବାବେଳେ ୪୧୭ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଆଜି ୨୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୦୯୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୩,୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୦୫ ରହିଛି।

Leave A Reply

Your email address will not be published.