ରାଜ୍ୟରେ ୧୩୭୬ କରୋନା ସଂକ୍ରମିତ ଚିହ୍ନଟ ,ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫ହଜାର ଟପିଲା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୧୩୭୬ଜଣ ନୂଆ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨୫,୦୦୦ ପାର କରିଛି । ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୯୧୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ସଂକ୍ରମିତ ଥିବା ସୂଚନା ରହିଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ୧୯ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୭୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ୧୫ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଗଞ୍ଜାମ ଜିଲ୍ଲାରୁ ୪୮୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୭ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୯୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୫,୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜିର ନୂଆ ସଂକ୍ରମିତଙ୍କୁ ମିଶାଇ ୯୨୮୭ରେ ପହଞ୍ଚିଛି।

Leave A Reply

Your email address will not be published.