ଜୁନ୍‌ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଲକ୍‌ଡାଉନ୍

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜିଠାରୁ ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଏସ୍‌ପି ବ୍ରିଜେଶ କୁମାର ରାଏ ଏହି ସୂଚନା ଦେଇଛନ୍ତି। କରୋନା ସଂକ୍ରମଣ ମୁକାବିଲା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ।

ଜୁନ୍‌ ୧୪ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍ ଜାରି‌ରହିବ। ଏହି ଲକ୍‌ଡାଉନ୍‌ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ,ମେଡିକାଲ ସେବା, ଔଷଧ ଦୋକାନ ଖୋଲା ରହିବ। ଏଥିସହ କୃଷି ଓ ମନେରେଗା କାମ ଚାଲୁ ରହିବ। ଜିଲ୍ଲାରେ ଓ ଜିଲ୍ଲାରୁ ବାହାରକୁ ବସ୍‌, କାର, ଅଟୋ ଚଳାଚଳକୁ ଜୁନ୍‌ ୩୦ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି। ଆନ୍ତଃଜିଲ୍ଲା ବସ ଚଳାଚଳ ମଧ୍ୟ ବନ୍ଦ ରହିବ।

Leave A Reply

Your email address will not be published.