ରାଜ୍ୟରେ ସୁସ୍ଥ ହେଲେ ୧୭୮୫ ଜଣ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣି ଥରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୨୭ଜିଲ୍ଲାରୁ ୧୭୮୫ଜଣ କରୋନା ଆକ୍ରାନ୍ତ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୩୪୮୦୫ରେ ପହଞ୍ଚିଛି।ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୦୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨୬୩ଜଣ, କଟକ ଜିଲ୍ଲାରୁ ୧୨୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୧ଜଣ, ମାଲକାନଗିରି ଜିଲ୍ଲାରୁ ୯୧ଜଣ, କନ୍ଧମାଳ ଜିଲ୍ଲାରୁ ୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୮୧ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୨ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୨୨ଜଣ,ବରଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲା ଓ କରୋପୁଟ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.