ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ,

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ୧୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ସଂକ୍ରମିତଙ୍କ ମଧ୍ୟରୁ ୧୭୯ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି।


୧୭୯ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ ଜଣ, କଟକ ଜିଲ୍ଲାରୁ ୧୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ରାୟଗଡ଼ା ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଏବଂ ଦେବଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫୪୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.