ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମାଲକାନଗିରି ଜିଲ୍ଲାର ସ୍ୱାଭିମାନ ଅଞ୍ଚଳରେ ପୁଲିସ୍ ସହିତ ଗୁଳିବିନିମୟ ବେଳେ ୨ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି। ନିହତ ମାଓବାଦୀଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ଅଛନ୍ତି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରାଯାଇଛି।
ନକ୍ସଲ କ୍ୟାମ୍ପ ଚାଲିଥିବା ଖବର ପାଇ ଏସ୍‌ଓଜି ଓ ଡିଭିଏଫ୍‌ ପକ୍ଷରୁ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ କରାଯାଇଥିଲା। ଏହି ସର୍ଚ୍ଚ ଅପରେସନ୍ ବେଳେ ନକ୍ସଲଙ୍କ ସହିତ ସେମାନଙ୍କର ମୁହାଁମୁହିଁ ହୋଇଥିଲା। ଏଥିରେ ଦୁଇ ନକ୍ସଲ ନିହତ ହୋଇଥିବା ବେଳେ ଏସ୍‌ଓଜି ଓ ଡିଭିଏଫ୍ ପକ୍ଷରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍‌ ଜାରି ରହିଛି।

bjd
Sikshaya
ruchi

Leave A Reply

Your email address will not be published.