ଅଗଷ୍ଟରେ ଯୁକ୍ତ ୨ ରେଜଲ୍ଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଦିନକ ପରେ ଅର୍ଥାତ୍ ବୁଧବାର ଦିନ ପ୍ରକାଶ ପାଇବ ମ୍ୟାଟ୍ରିକ୍ ପରୀକ୍ଷା ଫଳ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଥିବା ବେଳେ ସେ ଯୁକ୍ତ ଦୁଇ ରେଜଲ୍ଟ ସଂପର୍କରେ ମଧ୍ୟ ସୂଚନା ଦେଇଛନ୍ତି।

ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି, ଅଗଷ୍ଟ ତୃତୀୟ ସପ୍ତାହ ମଧ୍ୟରେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଅଗଷ୍ଟ ୩ୟ ସପ୍ତାହ ମଧ୍ୟରେ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ମାସ ଶେଷ ସୁଦ୍ଧା ଯୁକ୍ତ ଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ।

Leave A Reply

Your email address will not be published.