ଗାଡ଼ି ଧକ୍କାରେ ୩ ବାଇକ୍ ଆରୋହୀ ମୃତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଅଜଣା ଗାଡ଼ି ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ବିଳମ୍ବିତ ରାତ୍ରିରେ ବରେଇପାଲି ଅଞ୍ଚଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବାଇକରେ ୪ ଜଣ ଯାଉଥିବା ବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲେ। ଆହତଙ୍କୁ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ମୃତକମାନେ ହୀରାକୁଦ ଅଞ୍ଚଳର ବୋଲି ଜଣାପଡ଼ିଛି।
ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହକୁ ଜବତ କରିଛି। ଏଥିସହିତ ପୁଲିସ ଦୁର୍ଘଟଣା ଗ୍ରସ୍ତ ବାଇକ ୨ଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Sikshaya
Leave A Reply

Your email address will not be published.