ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା, ୫୬ରେ ପହଞ୍ଚିଲା ମୋଟ୍ ମୃତ୍ୟୁ ସଂଖ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୬ରେ ପହଞ୍ଚିଛି। ଆଜି ମୃତ୍ୟୁବରଣ କରିଥିବା ୪ ଜଣ କରୋନା ଆକ୍ରାନ୍ତ ଗଞ୍ଜାମ ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସୂଚନା । ଆଜି ୪ ଜଣଙ୍କ ମୃତ୍ୟୁ ସହ ଗଞ୍ଜାମ ଜିଲାରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି।
ଗଞ୍ଜାମ ଜିଲାରୁ ମୃତ୍ୟୁ ବରଣ କରିଥିବା ୪ ଜଣଙ୍କ ମଧ୍ୟରୁ ଜଣେ ୪୧ ବର୍ଷୀୟ ବ୍ୟକ୍ତି ଏବଂ ଅନ୍ୟ ଜଣେ ୫୮ବର୍ଷୀୟ ବ୍ୟକ୍ତି ରହିଛନ୍ତି। ଉଭୟ ମୃତକ ଉଚ୍ଚ ରକ୍ତଚାପ ରୋଗରେ ଆକ୍ରାନ୍ତ ସହ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ସେହିପରି କରୋନାରେ ଜଣେ ୪୮ ଓ ୩୨ ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି । ସେମାନେ ମଧୁମେହ ରୋଗ ସହ କରୋନାରେ ଆକ୍ରାନ୍ତ ଥିଲେ।

Leave A Reply

Your email address will not be published.