୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

0

ଓଡିଶା ଫାଷ୍ଟ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକାଳେ ଅବପାତର ରୂପ ନେଇଛି । ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତରେ ପରିଣତ ହେବ । ପ୍ରଭାବରେ ରାଜ୍ୟରେ ବର୍ଷା ସହିତ ପବନର ବେଗ ବଢିବ ।

ଏହାସହିତ ରାଜ୍ୟର ଚାରିଟି ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏନେଇ ସ୍ୱତନ୍ତ୍ରରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି। ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର ଓ ଭଦ୍ରକ ଜିଲ୍ଲାଇ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

SOA post below
Leave a comment