ପୁଣି ୪୬୯ଜଣ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ହଜାର ଟପିଲା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ପୁଣି ୪୬୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୧୫୨ଜଣ ସ୍ଥାନୀୟ ସଂକ୍ରମିତ ଥିବାବେଳେ ଅବଶିଷ୍ଟ ୩୧୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୦ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୧୬, କଟକରୁ ୯୪, ସୁନ୍ଦରଗଡ଼ରୁ ୬୬, ଖୋର୍ଦ୍ଧାରୁ ୨୭ ଚିହ୍ନଟ, ଯାଜପୁର ଓ କେନ୍ଦୁଝରରୁ ୨୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ନୟାଗଡ଼ରୁ ୨୪, ଭଦ୍ରକରୁ ୧୬, ସମ୍ବଲପୁରରୁ ୧୩, ଗଜପତିରୁ ୧୨, ଅନୁଗୁଳରୁ ୧୧ ବାଲେଶ୍ବର ଓ ପୁରୀରୁ ୮ ଜଣ ଲେଖାଏଁ , ମୟୂରଭଞ୍ଜରୁ ୬, କେନ୍ଦ୍ରାପଡ଼ାରୁ ୫, ବଲାଙ୍ଗିରରୁ ୩, କଳାହାଣ୍ଡି ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ , କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏମାନଙ୍କ ଭିତରେ ୪ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଏବେ ରାଜ୍ୟରେ ମୋଟ୍ ୫୯୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୯୦ ରହିଛି।

Leave A Reply

Your email address will not be published.