ରାଜଧାନୀରୁ ପୁଣି ୫୧୪ ପଜିଟିଭ ଚିହ୍ନଟ, ସ୍ଥାନୀୟ ୩୨୧

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ୫୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୨୦ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୨୧ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୭୩ରେ ପହଞ୍ଚିଛି। ଏଥିମଧ୍ୟରୁ ୬୯୩୫ଜଣ ସୁସ୍ଥ ହୋଇଥିବାବେଳେ ୪୪ଜଣଙ୍କର ମୃତ୍ୟୁ ହୋଇଛି। ୪୨୮୨ଟି ଆକ୍ଟିଭ କେସ ରହିଛି। ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଆଜି ୩୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Leave A Reply

Your email address will not be published.