ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବାବୁଶାନ

0

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ବାବୁଶାନ ମହାନ୍ତି। ଆଗୁଆ ଜାମିନ୍‌ ପାଇଁ ବାବୁଶାନ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିବା ଜଣାଯାଇଛି।

ସୂଚନା ଅନୁସାରେ, ଗତ ୨୩ ତାରିଖ ଦିନ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସହ ବାବୁଶାନ ଭୁବନେଶ୍ବର ବିମାନବନ୍ଦରକୁ ଯାଉଥିବା ବେଳେ ତାଙ୍କ ପତ୍ନୀ ତୃପ୍ତି ଶତପଥୀ ପ୍ରକୃତିଙ୍କୁ ଟଣାଓଟରା କରିଥିଲେ। ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରଲ ହୋଇଥିଲା । ଏହି ଘଟଣାକୁ କେନ୍ଦ୍ର କରି ଥାନାରେ ମାମଲା ମଧ୍ୟ ରୁଜୁ ହୋଇଛି । ତେବେ ଗିରଫଦାରୀ ରୋକିବା ପାଇଁ ବାବୁଶାନ ଆଗୁଆ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଜାମିନ ଆବେଦନ କରିଥିବା ଜଣାପଡିଛି ।

SOA post below
Leave a comment