ଆସୁଛି ଆଉ ଏକ ଲଘୁଚାପ, ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଶ୍ଚିମ ବଙ୍ଗୋପସାଗରରେ ୧୩ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।  ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ୧୩ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।  ସେହିପରି ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ ଓ ଗଜପତିର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ଏହାବାଦ୍‌ ରାଜ୍ୟର ଆଉ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।  ୧୫ରୁ ୧୭ ତାରିଖ ଯାଏଁ ଉପକୂଳ, ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି ଓ ଅବିଭକ୍ତ କୋରାପୁଟରେ ମଧ୍ୟମ ଧରଣର ବର୍ଷା ହେବ । ଗୋଟିଏ ଦୁଇଟି ଜାଗାରେ ଭାରି ବର୍ଷା ହୋଇପାରେ। ପଶ୍ଚିମ ସୀମାନ୍ତ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.