ପୁଣି ଥାନାରେ ଏତଲା ଦେଲେ ବର୍ଷା ପ୍ରିୟଦର୍ଶିନୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁଣି କଟକର ପୁରୀଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀ ଏତଲା ଦେଇଥିବା ଜଣାଯାଇଛି। ଦୁଇ ଦିନ ତଳେ ଭାଇରାଲ ହୋଇଥିବା ଭିଡିଓ ପ୍ରସଙ୍ଗକୁ ନେଇ ଥାନାରେ ସେ ଏତଲା ଦେଇଛନ୍ତି। ଭିଡିଓ ଯୋଗୁଁ ସମ୍ମାନରେ ଆଞ୍ଚ ଆସିଥିବା ସେ ଅଭିଯୋଗ କରିଛନ୍ତି। ବିଳମ୍ବିତ ରାତିରେ ବର୍ଷା ଏତଲା ଦେଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଚାଲିଥିବା ପାରିବାରିକ ମାମଲାର ଚର୍ଚ୍ଚାକୁ ପୁଣି ଏକ ଖୋରାକ ମିଳିଛି। ବର୍ଷାଙ୍କ ବେଡ୍ ରୁମ୍ ପାଖରେ ଉଭୟଙ୍କ ମଧ୍ୟରେ ଚାଲିଥିବା ଯୁକ୍ତିତର୍କର ଏକ ନୂଆ ଭିଡିଓ ଭାଇରାଲ ହେବାରେ ଲାଗିଛି। ଉକ୍ତ ଭିଡିଓରେ ଅନୁଭବ ରୁମ୍ ଭିତରକୁ ଯିବାକୁ ଅନୁମତି ମାଗୁଥିବା ଦେଖା ଯାଇଥିବା ବେଳେ ବର୍ତ୍ତମାନ ମାମଲା କୋର୍ଟରେ ଥିବାରୁ ବର୍ଷା ତାଙ୍କୁ ବାରଣ କରୁଥିବା ଦେଖିବାକୁ ମିଳିଛି।

ବର୍ଷାଙ୍କ ସୁରକ୍ଷା ପାଇଁ ଥିବା ପୁଲିସ୍ କର୍ମଚାରୀଙ୍କ ଭୂମିକାକୁ ନେଇ ଅନୁଭବ ପ୍ରଶ୍ନ ଉଠାଇବା ସହ ଅନ୍ୟମାନେ ଯଦି ଆସିବେ ତେବେ ତାଙ୍କ ସାଙ୍ଗସାଥୀଙ୍କୁ ମଧ୍ୟ ସେ ଆଣିବେ ବୋଲି କହୁଥିବା ଦେଖାଯାଇଛି। କେବଳ ଏତିକି ନୁହେଁ, ଭିଡିଓରେ ଉଭୟ ପରସ୍ପରର ଚରିତ୍ର ଉପରେ ଦୋଷାରୋପ କରୁଥିବା ଦେଖାଯାଇଥିଲା। ଏହି ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ବେଶ୍ ଚର୍ଚ୍ଚାରେ ରହିଛି।
ଉଲ୍ଲେଖଯୋଗ୍ୟ, ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ବୁଧବାର ପତ୍ନୀ ବର୍ଷା ପ୍ରିୟଦର୍ଶିନୀ ରାଜ୍ୟ ମହିଳା ଆୟୋଗଙ୍କ ଦ୍ବାରସ୍ଥ ହେବା ପରେ ଏ ନେଇ ଖୁବଶୀଘ୍ର ଅନୁଭବଙ୍କୁ ନୋଟିସ୍ କରାଯିବ ବୋଲି ଜଣାପଡ଼ିଛି।

bjd
Sikshaya
ruchi

Leave A Reply

Your email address will not be published.