ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏନେଇ କମିଶନରେଟ ପୁଲିସ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି। ସଂପୃକ୍ତ କର୍ମଚାରୀ ଛୁଟିରୁ ଫେରିବା ପରେ ଟେଷ୍ଟ ହୋଇଥିଲା। ସଂପୃକ୍ତ ୩୬ ବର୍ଷୀୟ କର୍ମଚାରୀଙ୍କର କୌଣସି ପ୍ରକାର ଲକ୍ଷଣ ନଥିଲା। ବାହାର ରାଜ୍ୟର ଶ୍ରମିକଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିବା ଜଣାପଡୁଛି। ଜଣେ କର୍ମଚାରୀ କରୋନା ଚିହ୍ନଟ ହେବାପରେ ପ୍ରତିଷେଧମୂଳକ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.