ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦରୁ ଏକ ସ୍ୱତନ୍ତ୍ର ‌ଆମ୍ବୁଲାନ୍ସରେ ଆସି ଆଜି ସକାଳେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଇଦ୍ରାବାଦରୁ ବାହାରିଥିଲେ। ଅସୁସ୍ଥତା କାରଣରୁ କିଛି ଦିନ ତଳେ ବିଜୟ ମହାନ୍ତି ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
ବିଜୟଙ୍କୁ ଆଣିବାକୁ ଏକ ଆମ୍ବୁଲାନ୍ସ ଭୁବନେଶ୍ୱରରୁ ପଠା ଯାଇଥିଲା। ଦୁଇ ମେଡିକାଲ କର୍ତ୍ତୃପକ୍ଷ କଥା ହେବାପରେ ତାଙ୍କୁ ଓଡିଶା ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା। ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦରେ ଚିକିତ୍ସିତ ହେବାର ୧୫ଦିନ ପରେ ପରିବାର ସହ ସେ ଓଡ଼ିଶାକୁ ଫେରିବେ ବୋଲି ସୂଚନା ମିଳିଥିଲା। ତେବେ ଘରକୁ ନୁହେଁ, ବରଂ ଭୁବନେଶ୍ବରରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପୂର୍ବବତ ଚିକିତ୍ସା ଚାଲୁ ରହିବ।

Leave A Reply

Your email address will not be published.