ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକ l ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା l ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି l
ତେବେ ସେ କିଡନୀ ରୋଗରେ ପୀଡିତ ହୋଇ
ମାସେ ହେବ ଏମ୍ସର ICUରେ ଚିକିତ୍ସିତ ହେଉଥିଲେ l ତେବେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଥିବା ନେଇ ଏମ୍ସର ଅଡିସନାଲ ସୁପରିଟେଣ୍ଡେନ ସୂଚନା ଦେଇଛନ୍ତି l ବିରୋଧୀ ଦଳର ଉପନେତା ହୋଇ ସେ ଅନେକଥର ବିଧାନସଭାରେ ବିଭିନ୍ନ ପ୍ରସଙ୍ଗରେ ସ୍ୱର ଉତୋଳନ କରିଥିଲେ l ୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଜଣେ ରାଜନେତା ବାଦ ସେ ଜଣେ ଲେଖକ ଓ ସାହିତ୍ୟିକ ଭାବେ ମଧ୍ୟ ବେଶ୍ ପରିଚିତ ଥିଲେ।