୨୯ରେ ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଆସନ୍ତା ୨୯ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ବିଜେପି ସାଧାରଣ ସଂପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ୨୯ ଓ ୩୦ ଦୁଇଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ କରିବେ। ବିଜେପି ମିଶନ ୨୦୨୪ କିଭଳି ସଫଳ ହେବ ସେ ନେଇ କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ।