ଖୁବ୍‌ଶୀଘ୍ର ପ୍ରାଥମିକ ପ୍ରାର୍ଥୀ ତାଲିକା ପ୍ରକାଶ କରିବ ବିଜେଡି: ନବୀନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରବିବାର ୨୦୧୯ ସାଧାରଣ ନିର୍ବାଚନ ତାରିଖ ଘୋଷଣା ହୋଇଛି । ସାରା ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବେଳେ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ନିର୍ବାଚନ କରାଯିବ । ତେବେ ନିର୍ବାଚନ ତାରିଖ ଘୋଷଣା ହେବା ପରେ ଜୋରଦର୍‌ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି ରାଜ୍ୟର ୩ ପ୍ରମୁଖ ଦଳ । ପ୍ରାର୍ଥୀ ତାଲିକା ଘୋଷଣା କରିବା ପାଇଁ କିଛିଦିନ ହେବ କଂଗ୍ରେସ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଚୂଡାନ୍ତ ତାଲିକା ପାଇଁ ଆଜି ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ସେହିଭଳି ବିଜେଡି ମଧ୍ୟ ନିର୍ବାଚନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ମୁଖ୍ୟମନ୍ତ୍ରୀ ନବୀ ପଟ୍ଟନାୟକ ମତ ରଖିଛନ୍ତି । ଖୁବ୍‌ଶୀଘ୍ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ମଧ୍ୟ ଘୋଷଣା କରାଯିବ ବୋଲି ନବୀନ କହିଛନ୍ତି । ରବିବାର କେନ୍ଦ୍ରାପଡ଼ା ଗସ୍ତରେ ଥିବାବେଳେ ମୁଖ୍ୟମନ୍ତ୍ରୀ ଲୋକ ସଭା ନିର୍ବାଚନରେ ୩୩ପ୍ରତିଶତ ମହିଳା ପ୍ରାର୍ଥୀଙ୍କୁ ଦଳ ଟିକେଟ ଦେବ ବୋଲି ଘୋଷଣା କରିଥିବା ବେଳେ ମହିଳା ପ୍ରାର୍ଥୀଙ୍କ ଉପରେ ଏବେ ନଜର ରହିଛି ।

Leave A Reply

Your email address will not be published.