ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆସନ୍ତା ମେ’ ୪ ତାରିଖରୁ ସିବିଏସଇ ବୋର୍ଡ ପରୀକ୍ଷା ଆରମ୍ଭ ହେବ। ଏନେଇ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି। ୪ରୁ ପରୀକ୍ଷା ଆରମ୍ଭ ହୋଇ ୧୦ଯାଏ ଚାଲିବ।
ଏହାସହ ୧୦ମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ୧୫ ଜୁଲାଇରେ ଘୋଷଣା ହେବ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯଦି କରୋନାର ପ୍ରକୋପ ଥାଏ ତେବେ ସେଥିପାଇଁ ମଧ୍ୟ ଆବଶ୍ୟକୀୟ ପଦକ୍ଷେପ ମଧ୍ୟ ନିଆଯିବ ବୋଲି ଶିକ୍ଷା ମନ୍ତ୍ରୀ କହିଛନ୍ତି ।
