ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦାବି କଲେ ମୁଖ୍ୟମନ୍ତ୍ରୀ

0

ଆଜି ନୀତି ଆୟୋଗ ବୈଠକରେ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦେବାକୁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି।

ଏହି ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା, କୃଷି, ସ୍ୱାସ୍ଥ୍ୟ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ପ୍ରତିବର୍ଷ ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବାରୁ ରାଜ୍ୟକୁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉ। ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଏହି ଦାବି କରି ଆସୁଛି। ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରୁଛି।

SOA post below
Leave a comment