ପିପିଲି ଉପ-ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଶ୍ବକେଶନ ମହାପାତ୍ର

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପିପିଲି ଉପ-ନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ବିଶ୍ବକେଶନ ହରିଚନ୍ଦନ ମହାପାତ୍ର । ମଙ୍ଗଳପୁର ସ୍ଥିତ ବ୍ଲକ୍ କଂଗ୍ରେସ କାର୍ଯ୍ୟାଳୟରୁ ସମର୍ଥକଙ୍କ ସହ ବାହାରି ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଶ୍ବକେଶନ ସେଠାରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।
ସୂଚନାଯୋଗ୍ୟ, କଂଗ୍ରେସ ପ୍ରାର୍ଥୀ ବିଶ୍ବକେଶନ ହରିଚନ୍ଦନ ମହାପାତ୍ର ଏବେ ପୁରୀ ଜିଲ୍ଲା ସେବାଦଳର ମୁଖ୍ୟ ଭାବେ କାର୍ଯ୍ୟ କରୁଥିଛନ୍ତି । ଏହାସହ ପୁରୀ କୋର୍ଟରେ ଓକିଲାତି ମଧ୍ୟ କରୁଛନ୍ତି । ତୃଣମୂଳସ୍ତରରେ ଦଳର ଜଣେ ଭଲ ସଂଗଠକ ଭାବେ ସେ ଜଣାଶୁଣା ଓ ଦଳ ପ୍ରତି ଆନୁଗତ୍ୟ ରହିଥିବାରୁ ତାଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି ।

Leave A Reply

Your email address will not be published.