ପୁଣି ୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ, ୬ ମୃତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୪୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୪ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।
ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୯ ହଜାର ୫୮୩ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୧୨ ହଜାର ୭୩୪ ଜଣ। ଏବେ ବି ସକ୍ରିୟ ଅଛନ୍ତି ୫୦୪୬ ଜଣ ଆକ୍ରାନ୍ତ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯ ଜଣ, ବରଗଡ଼ରୁ ୩୦ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୩୫ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତ୍‌ସିଂହପୁରରୁ ୧୯ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡିରୁ ୨୮ ଜଣ, କନ୍ଧମାଳରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୭ ଜଣ, କେନ୍ଦୁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୫୧ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୩୬ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୪, ନୂଆପଡ଼ାରୁ ୧୪, ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ବଲପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୩୧ ଜଣ ଓ ‌‌‌ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୬ ଜଣଙ୍କର ମୃତ୍ୟୁ ଘଟିଛି।

bjd
Sikshaya
ruchi

Leave A Reply

Your email address will not be published.