ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ଅଧିକ, ୮୦ ହଜାର ପାରକଲା ଆରୋଗ୍ୟଙ୍କ ସଂଖ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟ ପାଇଁ କରୋନା ଆଣିଲା ଖୁସି ଖବର। ରାଜ୍ୟରେ ଆକ୍ରାନ୍ତଙ୍କ ଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଆନୁସାରେ ଆଜି ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୦, ୭୭୦ରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରୁ ୮୯୦ ଆକ୍ରାନ୍ତ ସୁସ୍ଥ ହୋଇଥିଲାବେଳେ ଯାଜପୁରରୁ ୩୧୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୨୫୩, କେନ୍ଦ୍ରାପଡ଼ାରୁ ୧୬୨, କଟକରୁ ୧୪୩, ମୟୂରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡ଼ରୁ ୧୨୬, ବାଲେଶ୍ୱରରୁ ୧୦୫, ମାଲକାନଗିରିରୁ ୮୭, ସୁନ୍ଦରଗଡ଼ରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡ଼ାରୁ ୫୯, ବରଗଡ଼ରୁ ୫୭, ବଲାଙ୍ଗିରରୁ ୫୪, କନ୍ଧମାଳରୁ ୫୨, ଅନୁଗୁଳରୁ ୫୧, କେନ୍ଦୁଝର ୪୬, ସୋନପୁରରୁ ୩୫, ନବରଙ୍ଗପୁରରୁ ୨୫, ଢ଼େଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେବଗଡ଼ରୁ ୭ ଓ ନୂଆପଡ଼ାରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ପ୍ରକାଶ ଥାଉକି, ରାଜ୍ୟରେ ଆଜି ୩୦୨୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

Leave A Reply

Your email address will not be published.