ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୭୭.୬୧ ଲକ୍ଷକୁ ବୃଦ୍ଧି, ୨୪ ଘଣ୍ଟାରେ ୬୯୦ ମୃତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ସେପ୍ଟେମ୍ବର ମାସରେ ଦୈନିକ ସଂକ୍ରମଣ ସଂଖ୍ୟା ୯୦ ହଜାର ଉପରେ ରହୁଥିବାବେଳେ ଏବେ ତାହା ନିୟମିତ ଭାବେ କମିଚାଲିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୫୫,୮୩୮ ହଜାର ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୭୭,୬୧,୩୧୨ ରେ ପହଞ୍ଚିଛି ଓ ୬୯୦ ଜଣ ମୃତ୍ୟୁବରଣ କରିଛନ୍ତି ।କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୭୭,୬୧,୩୧୨ ରେ ପହଞ୍ଚିଛି । ଏହା ମଧ୍ୟରୁ ୬୯୫୫୦୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୧୭,୩୦୬ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୬୯,୪୮,୪୯୭ ରେ ପହଞ୍ଚିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୧୫ ଲକ୍ଷ ଓ ମୃତ୍ୟୁସଂଖ୍ୟା ୧୧.୩୫ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୪ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ଭାରତ ଓ ବ୍ରାଜିଲ ରହିଛନ୍ତି ।

Leave A Reply

Your email address will not be published.