ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୁରୀ ଜିଲ୍ଲା ଗୋପ ବ୍ଲକ ପିଣ୍ଡୋଳ ଗାଁରେ ବାଣ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ରଞ୍ଜିତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ହାପି ଗୁରୁତର ଆହତ ହୋଇଛନ୍ତି।
ଘରର ଛାତ ଉପରେ ବାଣ ଭିଡ଼ିବା ବେଳେ ଏହି ବିସ୍ଫୋରଣ ଘଟିଥିବା କୁହାଯାଉଛି। ସେମାନଙ୍କୁ ତୁରନ୍ତ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ରଞ୍ଜିତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରୁତର ଅବସ୍ଥାରେ ହାପିଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।