ଦୌଡରାଣୀ ଦୂତୀ ଚାନ୍ଦ ପ୍ରେମିକାଙ୍କ ମଥାରେ ଦେଲେ ସିନ୍ଦୁର; ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା !

ଦୌଡରାଣୀ ଦୂତୀ ଚାନ୍ଦ ଦେଲେ ମଥାରେ ସିନ୍ଦୁର । ଭାରତରେ ସମଲିଙ୍ଗୀ ସମ୍ପର୍କକୁ ନେଇ କୋର୍ଟରେ ମାମଲା ଚାଲିଛି । ହେଲେ ଏକଥା ସତ ଦେଶରେ ସମଲିଙ୍ଗୀ ସମ୍ପର୍କ ରଖୁଥିବା ଲୋକେ ଏବେବି ସମାଲୋଚନାର ଶିକାର ହେଉଛନ୍ତି । ହେଲେ ଧିରେ ଧିରେ ସେମାନଙ୍କ ପ୍ରତି ଆଭିମୁଖ୍ୟ ବଦଳୁଛି । ଆଉ ସମଲିଙ୍ଗୀ ମାନେ ମଧ୍ୟ ନିଜ ସମ୍ପର୍କକୁ ବାହାରେ ଏବେ ସ୍ୱୀକାର କରିବା ଆରମ୍ଭ କଲେଣି ।
ଦୌଡରାଣୀ ଦୂତି ଚାନ୍ଦ ନିଜ ଖେଳ ପାଇଁ ଯେତିକି ପ୍ରଂଶସା ସାଉଁଟିଛନ୍ତି, ଓଡିଶାବାସୀଙ୍କ ଭଲପାଇବା ପାଇଛନ୍ତି, ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ବିବାଦ ଘେରକୁ ଆସିଛନ୍ତି । ବେଳେ ବେଳେ ସମାଲୋଚନାର ମଧ୍ୟ ଶିକାର ହୋଇଛନ୍ତି ଦୂତି ଚାନ୍ଦ । ବିଶେଷ କରି ତାଙ୍କ ପ୍ରେମ ସମ୍ପର୍କ ଅଧିକ ଚର୍ଚ୍ଚା ସୃଷ୍ଟି କରିଛି । ଆଉ ଏହାରି ଭିତରେ ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେ ଏହାର ମାଗାଜିନର କଭର ଷ୍ଟୋରୀରେ ଦୂତି ଓ ତାଙ୍କ ପ୍ରେମିକାଙ୍କୁ ସ୍ଥାନ ଦେଇଛି । ଚିତ୍ରରେ ଦୂତୀ ନିଜ ପ୍ରେମିକାଙ୍କ ମଥାରେ ସିନ୍ଦୁର ଦେଉଥିବାର ଦେଖିବାକୁ ମିଳିଛି ।