ପୂର୍ବତନ ଶିକ୍ଷା ମନ୍ତ୍ରୀ ଚୈତନ୍ୟ ପ୍ରସାଦ ମାଝୀଙ୍କ ପରଲୋକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ବିଶିଷ୍ଟ ଆଦିବାସୀ ନେତା ଚୈତନ୍ୟ ପ୍ରସାଦ ମାଝୀଙ୍କର ଆଜି ସକାଳେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ଗତ କିଛି ଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢେ଼ ୭ଟା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ସେ ପୁର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷାମନ୍ତ୍ରୀ ମଧ୍ୟ ଥିଲେ ।

Leave A Reply

Your email address will not be published.