ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ

0

ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଥିବା ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନାଙ୍କୁ ଭାରତୀୟ ଖାଦ୍ୟ ନିଗମର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ମିଳିବା ପରେ ରାଜ୍ୟ ସରକାର ଛୋଟ ଅଦଳବଦଳ କରିଛନ୍ତି।

ଏହି କ୍ରମରେ ଆଇଏଏସ ଅଶୋକ କୁମାର ମୀନାଙ୍କ ସ୍ଥାନରେ ୧୯୯୫ ବ୍ୟାଚ୍‌ ଆଇଏଏସ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଲୋହାନୀଙ୍କ ପାଖରେ ଅବାକାରୀ ବିଭାଗର ସଚିବ ପଦ ମଧ୍ୟ ରହିଛି।

ସେହିପରି ୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଆଇଏଏସ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଦେଓରଞ୍ଜନ ସିଂହ ଓଏମସି ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ଦେଓରଞ୍ଜନ ସିଂହ ଅବକାରୀ ସଚିବ ଭାବେ ଦାୟିତ୍ୱ ନେବା ପରେ ଲୋହାନୀ ଏହି ପଦ ଛାଡ଼ିବେ।

ସେହିପରି ୧୯୯୭ ବ୍ୟାଚ୍‌ ଆଇଏଏସ୍‌ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍‌ଟି କମିଶନ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ସେ ବର୍ତ୍ତମାନ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

SOA post below
Leave a comment