ଦେଶରେ ପ୍ରଥମ; ଓଡ଼ିଶାରେ ନୂଆ ବିବାହିତ ଯୋଡ଼ିଙ୍କୁ ମିଳିବ ‘ନବଦମ୍ପତି ଗିଫ୍ଟ’

0

ଖୁବ ଶୀଘ୍ର ଓଡ଼ିଶା ସରକାର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି, ଯାହା ଦେଶରେ ପ୍ରଥମ । ଓଡ଼ିଶାରେ ନୂଆ ବିବାହ କରିବାକୁ ଯାଉଥିବା ଯୋଡ଼ିଙ୍କୁ ନବଦମ୍ପତି ବିବାହ ଉପହାର ପ୍ରଦାନ କରାଯିବ। ସ୍ୱାସ୍ଥ୍ୟ ବିଭାଗର ଏନଆରଏଚଏମ୍ ତରଫରୁ ଦିଆଯିବ ‘ନବଦମ୍ପତି ଗିଫ୍ଟ’।

ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ଓ ଏନଆରଏଚଏମ୍ ନିର୍ଦେଶିକା ଶାଲୀନି ପଣ୍ଡିତ ସୂଚନା ଦେଇଛନ୍ତି।

ସେମାନେ କହିଛନ୍ତି, ନବଦମ୍ପତିମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ବିବାହ ଉପହାର ଯୋଜନା ଆରମ୍ଭ କରାଯାଉଛି। ନବଦମ୍ପତିମାନେ ବିଳମ୍ବରେ ପ୍ରଥମ ସନ୍ତାନ ଓ ଦ୍ବିତୀୟ ସନ୍ତାନ ଲାଗି ଅତିକମରେ ୩ ବର୍ଷର ବ୍ୟବଧାନ ରଖନ୍ତୁ। ଏହାକୁ ଆଖି ଆଗରେ ରଖି ଏହି ଗିଫ୍ଟରେ କିଛି ପରିବାର କଲ୍ୟାଣ ପୁସ୍ତିକା, ନେଲ କଟର , ଆଇନା, ପାନିଆ, ଟିକିଲି, ରୁମାଲ, ତଉଲିଆ, କଣ୍ଡୋମ ଓରାଲ କଣ୍ଟ୍ରାସେପଟିକ ପିଲସ, ପ୍ରେଗନେନ୍ସି ଟେଷ୍ଟିଂ କିଟ, ଏମରଜେନ୍ସି କଣ୍ଟ୍ରାସେପ୍ଟିକ ପିଲସ ଓ ବିବାହ ପଞ୍ଜିକରଣ ଫର୍ମ ଇତ୍ୟାଦି ନବଦମ୍ପତିମାନଙ୍କୁ ପ୍ରଦାନ କରାଯିବ।

ତେବେ ଏହି ଉପହାରରେ ଶଙ୍ଖା, ସିନ୍ଦୂର ଇତ୍ୟାଦିକୁ ବାଦ୍ ଦିଆଯାଇଛି। ଏହି ଯୋଜନା ଉଭୟ ସହର ଓ ଗ୍ରାମରେ କାର୍ଯ୍ୟକାରୀ ହେବ। ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ନବଦମ୍ପତିଙ୍କୁ ବିବାହ ଉପହାର ଯୋଜନା ଆରମ୍ଭ ହେଉଛି। ନବ ଦମ୍ପତିଙ୍କ ପାଇଁ ଏହି ଯୋଜନା ଚଳିତ ବର୍ଷ ସେପ୍ଟେମ୍ବର ମାସରୁ ଲାଗୁ କରାଯିବ।

SOA post below
Leave a comment