ରତ୍ନ ହରାଇଲା ଭାରତ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆଉ ନାହାଁନ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଆଜି ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ଏନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଅସୁସ୍ଥତା କାରଣରୁ ଅଗଷ୍ଟ ୧୦ରେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଆଜି ତାଙ୍କର ପରଲୋକ ହୋଇଛି। ସେ୧୯୩୫ ଡିସେମ୍ବରରେ ଜନ୍ମଗ୍ରହଣ କରିଥିଲେ। ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଭାରତର ରାଷ୍ଟ୍ରପତି ଭାବେ ଦାୟିତ୍ୱ ତୁଲାଇଥିଲେ। ସେ ଭାରତରତ୍ନ ଓ ପଦ୍ମବିଭୁଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ।

Leave A Reply

Your email address will not be published.