ଏମ୍ସରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶାରୀରିକ ଅସୁସ୍ଥତା କାରଣରୁ ଦିଲ୍ଲୀ ଏମ୍ସରେ ସୋମବାର ଭର୍ତ୍ତି କରାଯାଇଛି। ବାଜପେୟୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ କର୍ତ୍ତୃପକ୍ଷ ସୂଚନା ଦେଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମେତ ବହୁ ବରିଷ୍ଠ ନେତା ତାଙ୍କୁ ହସ୍ପିଟାଲରେ ଭେଟି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଏ ନେଇ ହସ୍ପିଟାଲ ପକ୍ଷରୁ ଏକ ପ୍ରେସ୍‌ ରିଲିଜ୍‌ ମଧ୍ୟ ଜାରି କରାଯାଇଛି। ଯେଉଥିରେ ଏମ୍ସ ବିଶେଷଜ୍ଞ ରଣଦୀପ ଗୁଲେରିଆଙ୍କ ତତ୍ୱାବଧାନରେ ଏକ ଟିମ ବାଜପେୟଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ବୋଲି ଦର୍ଶାଯାଇଛି। ଏଥିସହ ତାଙ୍କର ବିଭିନ୍ନ ଟେଷ୍ଟ କରାଯାଇଥିବା ବେଳେ ଏବେ ସେ ସୁସ୍ଥ ଅଛନ୍ତି ବୋଲି କୁହାଯାଇଛି। ଗତକାଲି ରାତିରେ ତାଙ୍କୁ ହସ୍ପିଟାଲରେ ରଖାଯିବ ବୋଲି ସୂଚନା ମିଳିଛି। ଗତକାଲି ବାଜପେୟୀ ରୁଟିନ୍‌ ଚେକ୍‌ଅପ୍‌ରେ ଆସିଥିବା ବେଳେ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ହସ୍ପିଟାଲରେ ଆଡ୍‌ମିଟ୍‌ କରାଯାଇଥିଲା।

Leave A Reply

Your email address will not be published.