ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା !

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଥୂଆମୂଳ ରାମପୁର ଥାନା ଅଧିନସ୍ଥ ପାଲଜୋର ଗାଁ ନିକଟରେ ଥିବା ବଗିଚାରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ଏହା ହତ୍ୟା ନା ଆତ୍ମହତ୍ୟା ଏହାର ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନା ଅନୁଯାୟୀ, ପାଲଜୋର ଗାଁ ବଗିଚାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ମୃତଦେହ ଦେଖିବା ମାତ୍ରେ ତୁରନ୍ତ ସ୍ଥାନୀୟ ଲୋକ ପୋଲିସକୁ ଜଣାଇଥିଲେ । ମୃତଦେହ ନିକଟରୁ ଏକ ମୋବାଇଲ ମଧ୍ୟ ଜବତ ହୋଇଛି । ସେହିପରି ବର୍ତ୍ତମାନ ପର୍ଯ୍ୟନ୍ତ ମୃତଦେହର ପରିଚୟ ମିଳିପାରିନାହିଁ । ପୋଲିସ ତଦନ୍ତ ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ । ଏହା ହତ୍ୟା ନା ଆତ୍ମହତ୍ୟା ଏହାକୁ ନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।

Leave A Reply

Your email address will not be published.