ହାଇକୋର୍ଟରୁ ମିଳିଲା ବର୍ଷା ପ୍ରିୟଦର୍ଶିନୀଙ୍କୁ ସୁରକ୍ଷା

0

ହାଇକୋର୍ଟରୁ ମିଳିଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ସୁରକ୍ଷା। ବର୍ଷା ତାଙ୍କ ସ୍ବାମୀ ଅନୁଭବ ମହାନ୍ତିଙ୍କ ସହଯୋଗୀ ସୁଜିତ ଦଳାଇଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇଥିବା ମାମଲାରେ ଦିଲ୍ଲୀ ପୁଲିସ୍‌ ନୋଟିସ୍‌ ଜାରି କରିଥିଲା। ଏହାକୁ ନେଇ ପରେ ବର୍ଷା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ।

ବର୍ଷାଙ୍କ ସହିତ ତାଙ୍କ ମା ଓ ଝିଆରୀ ମଧ୍ୟ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ। ଆଜି ହାଇକୋର୍ଟ ମାମଲାର ଶୁଣାଣି କରି ବର୍ଷା ଓ ଅନ୍ୟ ଦୁଇ ଜଣଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି।

SOA post below
Leave a comment