ପୁଣିଥରେ ମୁଖ୍ୟମନ୍ତ୍ରୀ ହେଲେ ସମ୍ମାନିତ

ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କରାଗଲା ସମ୍ମାନିତ । ଓଡ଼ିଶା ସରକାରଙ୍କ ଦୃଷ୍ଟାନ୍ତକାରୀ କାର୍ଯ୍ୟକ୍ରମ ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମିଳିଛି ସମ୍ମାନ।
ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ଆଇଟି ମନ୍ତ୍ରୀ ତୁଷାରକାନ୍ତି ବେହେରା ଟ୍ରଫି ଓ ପୁରସ୍କାର ଗ୍ରହଣ କରିଛନ୍ତି । ଇକୋନୋମିକ ଟାଇମ୍ସ ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।
ଏ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆୟୋଜକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ, ”ନବେ ଦଶକରେ ଓଡ଼ିଶା ଦାରିଦ୍ର୍ୟ ଏବଂ ଭୋକିଲା ପାଇଁ ଖବରର ଶୀର୍ଷ ମଣ୍ଡନ କରୁଥିଲା । ମାତ୍ର ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି କାର୍ଯ୍ୟକ୍ରମ ଓଡ଼ିଶାକୁ ସଫଳତାର ଶୀର୍ଷରେ ପହଞ୍ଚାଇଛି ।