ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀ ଶିଳାନ୍ୟାସ କଲେ ରାଷ୍ଟ୍ରପତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ବରୁଣେଇରେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ପହଞ୍ଚି ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିଛନ୍ତି। ସେଠାରେ ହେବାକୁ ଥିବା ପାଇକ ମେମୋରିଆଲ ଫାଉଣ୍ଡେସନର ସଭାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ।

ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଧର୍ମପତ୍ନୀ ସବିତା କୋବିନ୍ଦ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହିଥିଲେ । ଏଥିରେ ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ ଭାଷଣ ଦେଇଥିଲେ । ସେଠାରୁ ସିଧା ବାଣୀବିହାର ଆସି ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ ଜୁବୁଲିର ଉଦ୍ଯାପନୀ ଉତ୍ସବରେ ଯୋଗ ଦେଇଥିଲେ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଜଭବନକୁ ଫେରି କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ପ୍ରାୟ ୫ଟା ୨୦ରେ ଦିଲ୍ଲୀ ଫେରିଯାଇଛନ୍ତି ।

Leave A Reply

Your email address will not be published.