ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ; ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ ଜିଲ୍ଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲ୍ଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିବ। ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ ହିଞ୍ଜିଳିକାଟୁରେ ଗୋଟିଏ ଲେଖାଏ ସରକାରୀ ଆଇଟିଆଇ କାର୍ଯ୍ୟ କରୁଛି । ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ଦ୍ବାରା ସେ ଅଞ୍ଚଳର ଜନସାଧାରଣ ବହୁ ଦିନର ଦାବୀ ପୂରଣ ହୋଇପାରିଛି।