ୟେସ୍‌ ବ୍ୟାଙ୍କରୁ ଏସବିଆଇ କୁ ଫେରିଲା ମହାପ୍ରଭୁଙ୍କ ଟଙ୍କା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ୟେସ୍‌ ବ୍ୟାଙ୍କରୁ ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଇ-ଟ୍ରାନ୍ସଫର ମାଧ୍ୟମରେ ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କାକୁ ଏସବିଆଇ ପୁରୀ ମୁଖ୍ୟ ଶାଖାକୁ ଟ୍ରାନ୍ସଫର୍ କରିଛି ୟେସ୍ ବ୍ୟାଙ୍କ।  ଜମା ହୋଇଥିବା ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬ ଟଙ୍କା ମଧ୍ୟରୁ ମୂଳ ଧନ ୩୮୯ କୋଟି ଟଙ୍କା ଓ ସୁଧ ବାବଦକୁ ପ୍ରାୟ ୮ କୋଟି ୨୩ ଲକ୍ଷ ଟଙ୍କା ବୋଲି ଜଣାଯାଇଛି। ଏନେଇ ୟେସ୍ ବ୍ୟାଙ୍କ ପକ୍ଷରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖାଯାଇଛି।

ସୂଚନାଯୋଗ୍ୟ, ବାକି ୧୫୬ କୋଟି ଟଙ୍କାର ଦୁଇଟି ଫିକ୍ସ ଡିପୋଜିଟ ମାର୍ଚ୍ଚ ୩୦ରେ ମାଚ୍ୟୁରିଟି ପରେ ଦିଆଯିବ ବୋଲି ବ୍ୟାଙ୍କ୍‌ ପକ୍ଷରୁ କୁହାଯାଇଛି। ୟେସ୍ ବ୍ୟାଙ୍କରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କାକୁ ଫେରାଇ ଅଣାଯିବ ବୋଲି ଗତକାଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ସୂଚନା ଦେଇଥିଲେ।

Leave A Reply

Your email address will not be published.