ନୁଆପଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଏପ୍ରିଲ ୧ରୁ ମିଳିବ ଦ୍ୱିତୀୟ କିସ୍ତି କାଳିଆ ଯୋଜନା ସହାୟତା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୁଆପଡ଼ା ଗସ୍ତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ଆସନ୍ତା ଏପ୍ରିଲ ୧ ତାରିଖରୁ କାଳିଆ ଯୋଜନାରେ ଚାଷୀଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ । କାଳିଆ ଯୋଜନା ହେଉଛି ଚାଷୀଭାଇଙ୍କ ଯୋଜନା । ଏଥିରେ ଛୋଟ ଚାଷୀ, ଭୂମି ହୀନ ଚାଷୀ ଏବଂ କୃଷି ଶ୍ରମିକଙ୍କର ସମସ୍ତ ସ୍ବାର୍ଥକୁ ଗୁରୁତ୍ୱ ଦିଆଯାଇଛି । ଏଥିସହ କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ନିଧି ଯୋଜନାରେ ଚାଷୀଙ୍କୁ ୬ହଜାର ପରିବର୍ତ୍ତେ ୧୦ହଜାର ଟଙ୍କା ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରାଯାଇଥିବା ମୁଖ୍ୟମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୨୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି ।

Leave A Reply

Your email address will not be published.