ଖୋର୍ଦ୍ଧା ଏସପିଙ୍କୁ କରୋନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ୱାଇଁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କର ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ତାଙ୍କୁ ହୋମ ଆଇସୋଲେସନରେ ରହିବାକୁ କୁହାଯାଇଛି । ପୂର୍ବରୁ ଜିଲ୍ଲା ପୁଲିସ ମୁଖ୍ୟାଳୟର ଜଣେ କର୍ମଚାରୀ ସଂକ୍ରମିତ ହୋଇଥିଲେ । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ ସ୍ୱାବ ଟେଷ୍ଟ କରାଯାଇଥିଲା । ସ୍ୱାବ ଟେଷ୍ଟରେ ଏସପି ଶ୍ରୀସ୍ୱାଇଁଙ୍କର କରୋନା ପଜିଟିଭ୍ ଥିବା ଜଣାପଡିଛି । ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କ ସଂସ୍ପର୍ଷରେ ଆସିଥିବା ସମସ୍ତ କର୍ମଚାରୀଙ୍କୁ ହୋମ କ୍ୱାରେନଟାଇନରେ ରହିବାକୁ କୁହାଯାଇଛି । ତେବେ ଏସପିଙ୍କୁ କରୋନା ହେବା ପରେ ଜିଲ୍ଲା ପୁଲିସ କର୍ମଚାରୀଙ୍କ ମଧ୍ୟରେ ଭୟର ଆତଙ୍କ ଖେଳିଯାଇଛି । ତେବେ କେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ।

Leave A Reply

Your email address will not be published.