ବଢିଲା ଶ୍ରମିକଙ୍କ ଦୈନିକ ମଜୁରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟ ସରକାର ଶ୍ରମିକଙ୍କ ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ସବୁ ଶ୍ରେଣୀର ଶ୍ରମିକଙ୍କ ଦୈନିକ ମଜୁରୀ ୫ଟଙ୍କା ୪୦ ପଇସା ଲେଖାଏଁ ବୃଦ୍ଧି କରାଯାଇଛି। ରାଜ୍ୟରେ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୩୯୩ ଟଙ୍କ ୪୦ ପଇସାକୁ ବୃଦ୍ଧି କରାଯାଇଛି। ସେହିପରି ଅର୍ଦ୍ଧ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୩୪୩ ଟଙ୍କ ୪୦ ପଇସାକୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଅଣ କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୩୦୩ ଟଙ୍କ ୪୦ ପଇସାକୁ ବୃଦ୍ଧି କରାଯାଇଛି।

Leave A Reply

Your email address will not be published.