ପ୍ରତ୍ୟାହାର ହେବ ମାଟ୍ରିକ୍ ପରୀକ୍ଷା ଫର୍ମ ଫିଲପ୍ ବିଜ୍ଞପ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ପ୍ରତ୍ୟାହାର ହେବ। ପ୍ରତ୍ୟାହାର ପାଇଁ ବୋର୍ଡ ସଭାପତିଙ୍କୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗତ ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ସୂଚନାଯୋଗ୍ୟ, ଆସନ୍ତା ଡିସେମ୍ବର ୩୧ ତାରିଖ ଯାଏଁ ରାଜ୍ୟରେ କୌଣସି ସ୍କୁଲ ନ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ଷ୍ଟେକ୍ ହୋଲଡରଙ୍କ ସହ ଆଲୋଚନା ଏବଂ କିଛି ରାଜ୍ୟରେ କୋଭିଡର ଦ୍ୱିତୀୟ ପ୍ରବାହ ଆରମ୍ଭ ଦୃଷ୍ଟିରୁ ନୂଆବର୍ଷ ଯାଏଁ ସ୍କୁଲ ବନ୍ଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।ପୂର୍ବରୁ ନଭେମ୍ବରରେ ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଥିଲା। ହେଲେ କରୋନା ସଂକ୍ରମଣ କମିନଥିବା ଓ ଆନ୍ଧ୍ରରେ ସ୍କୁଲ ଖୋଲିବା ପରେ ସଂକ୍ରମଣ ବ୍ୟାପିବା ଘଟଣାପରେ ଆସନ୍ତା ଡିସେମ୍ବର ଶେଷ ଯାଏଁ ରାଜ୍ୟରେ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟସରକାର।

Leave A Reply

Your email address will not be published.