ଆଜି ଠାରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ଠାରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଓ ଓପନ୍ ସ୍କୁଲ ସପ୍ଲ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ଏଥର ୨୨,୬୪୯ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଏବଂ ୧୨,୯୩୯ ଛାତ୍ରଛାତ୍ରୀ ଓପନ୍ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଯାଉଛନ୍ତି। ଏହିପରି ମୋଟ ୨୪୧ଟି ପରୀକ୍ଷା କେନ୍ଦ୍ରରେ ମୋଟ ୩୫,୫୮୮ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ଉଭୟ ପରୀକ୍ଷା ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ପରୀକ୍ଷା ବେଳେ କୋଭିଡ୍ ଗାଇଡ୍ ଲାଇନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁଯାୟୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପାଇଁ ୧୫୩ଟି ପରୀକ୍ଷା କେନ୍ଦ୍ର ଓ ୧୩ ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ଓପନ୍ ସ୍କୁଲ ସପ୍ଲିମେଣ୍ଟାରୀ ପାଇଁ ୮୮ ଟି ପରୀକ୍ଷା କେନ୍ଦ୍ର ଓ ୭ ଟି ମୂଲ୍ୟାୟନ କେନ୍ଦ୍ର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ପରୀକ୍ଷା କେନ୍ଦ୍ରର ସୁପରିଣ୍ଟେଣ୍ଡେଣ୍ଟମାନଙ୍କୁ କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.