ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ମିନି ମାରାଥନ ଆୟୋଜିତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱରରେ ଏକ ମିନି ମାରାଥନର ଆୟୋଜନ କରାଯାଇଥିଲା ।

କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରସାରଥୀ ବେହେରା ଆଜି ସକାଳ ୭ଟାରେ ପତାକା ଦେଖାଇ ଏହି ମାରାଥନର ଶୁଭାରମ୍ଭ କରିଥିଲେ।
ଏହି ମିନି ମାରାଥନ ବିଜୁ ପଟ୍ଟନାୟକ ଛକରୁ ଆରମ୍ଭ ହୋଇ ଶିଶୁ ଭବନ, ରାଜମହଲ, ଏଜି ସ୍କୋୟାର, ରାଜଭବନ ଓ ପାଓ୍ୱାର ହାଉସ ଛକ ଦେଇ କଳିଙ୍ଗ ଷ୍ଟାଡିୟମ ପର୍ଯ୍ୟନ୍ତ ଯାଇଥିଲା।

ଏହି ମିନି ମାରାଥନ୍‌ରରେ ୧୫ରୁ ୧୮ ବର୍ଷ, ୧୮ରୁ ଊର୍ଦ୍ଧ୍ୱ ଏବଂ ୫୦ରୁ ଊର୍ଦ୍ଧ୍ୱ ବୟସର ୩ଟି ବର୍ଗର ପ୍ରତିଯୋଗୀ ସାମିଲ ହୋଇଥିଲେ । ସେମାନଙ୍କ ମଧ୍ୟରୁ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୩୦ ହଜାର ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.