ସୁସ୍ଥ ହେଲେ ଆଉ ୪୩ କରୋନା ଆକ୍ରାନ୍ତ, ୪୩୬ରେ ପହଞ୍ଚିଲା ସୁସ୍ଥଙ୍କ ସଂଖ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪୩୬ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡ଼ିଛି। ସୁସ୍ଥ ହୋଇଥିବା ୪୩ଜଣଙ୍କ ମଧ୍ୟରେ ଅନୁଗୁଳରୁ ୧୫ଜଣ, ଗଞ୍ଜାମ, ରାଉରକେଲା ଏବଂ ଯାଜପୁରରୁ ୮ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ପୁରୀ, କେନ୍ଦ୍ରାପଡା, କଟକ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ୪୩ଜଣଙ୍କୁ ଚିକିତ୍ସା ପରେ କୋଭିଡ୍ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିବା ଜଣାପଡିଛି ।

ଅନ୍ୟପକ୍ଷରେ,ରାଜ୍ୟରେ ଆଜି ପୁଣି ୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରୁ ୮୦ଜଣ ସଙ୍ଗରୋଧରେ ଥିବା ବେଳେ ଜଣେ କଣ୍ଟେନମେଣ୍ଟ ଜୋନର ଓ ୫ଜଣ ସ୍ଥାନୀୟ ଲୋକ ଥିବା ଜଣାଯାଇଛି। ଏହା ସହ ୭ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.