ପୁଣି ୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ମଧ୍ୟରୁ ୭୨ଜଣ ସଙ୍ଗରୋଧ କେନ୍ଦ୍ରରେ ଥିବାର ସୂଚନା ମିଳିଛି।

ନୂଆ ୭୪ ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ଅନ୍ୟ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ୨୮, ପୁରୀରୁ ୧୧, କଟକରୁ ୯, ଖୋର୍ଦ୍ଧାରୁ ୭, ଗଞ୍ଜାମ ୬, ଯାଜପୁରରୁ ୬, କେନ୍ଦ୍ରାପଡ଼ା ୨, ମାଲକାନଗିରି ୨, ବାଲେଶ୍ଵର, ଢେଙ୍କାନାଳ ଓ କନ୍ଧମାଳରୁ ଜଣେ ଲେଖାଏ ଚିହ୍ନଟ ହୋଇଛି। ଏବେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭୩୯ରେ ପହଞ୍ଚିଥିବା ବେଳେ ୩୦୭ଜଣ ସୁସ୍ଥ ହୋଇଛନ୍ତି। ଏବେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି।

Leave A Reply

Your email address will not be published.